ଭୁବନେଶ୍ୱର ୦୧/୦୪: ମଧୁସୂଦନ ପାର୍କ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଖଣ୍ଡଗିରି ପୋଲିସ ପହଞ୍ଚି ମୃତଦେହ ଜବତ କରିଛି। ତେବେ ଯୁବକଙ୍କ ପରିଚୟ ମିଳିନଥିବା ବେଳେ ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ।
ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳୁ ସକାଳୁ ଭୁବନେଶ୍ୱର ଗଣ୍ଡମୁଣ୍ଡା ଛକରେ ଥିବା ମଧୁସୂଦନ ପାର୍କ ନିକଟରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିଥିଲା । ରାସ୍ତା କଡ଼ରେ ଥିବା ଏକ ଗଛରେ ଜଣେ ଯୁବକ ଗାମୁଛା ଲଗାଇ ଝୁଲିପଡିଛନ୍ତି । ଯାହାକୁ ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଛି । ପୋଷ୍ଟମର୍ଟମ ପରେ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ଆଶା କରାଯାଉଛି । ବର୍ତ୍ତମାନ ଯାଏ ମୃତ ଯୁବକଙ୍କ ପରିଚୟ ମିଳିନାହିଁ । ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ।