ପ୍ରମୂଖ ଖବର
  • କଟକ : ନିଆଁ ଲାଗି ଜଳିଗଲା ୩ ବଖରା ଘର, କାରଣ ଅସ୍ପଷ୍ଟ
  • ||
  • କାଠଯୋଡି ନଦୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ନାବାଳକ ମୃତ
  • ||
  • ଭଞ୍ଜନଗର : ବ୍ରାହ୍ମଣପଦର ଗ୍ରାମରେ ହତ୍ୟାକାଣ୍ଡ, ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ବେଗୁନିଆପଡ଼ା : ପୂର୍ବ ଶତ୍ରୁତାରୁ ୨ ଭାଇଙ୍କୁ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଭାରସାମ୍ୟ ହରାଇ ଦଳବୋଝେଇ ଖାଲକୁ ଖସିଲା ଟ୍ୟାଙ୍କର୍‌, ଡ୍ରାଇଭର ମୃତ
  • ||
  • ତଣ୍ଡିକେରା ଛକରୁ ଦୁଇ ସନ୍ଦିଗ୍ଧଙ୍କୁ ଉଠାଇନେଲା ଚନ୍ଦନପୁର ପୁଲିସ, ଚାଲିଛି ପରିଚୟ ଖୋଜା
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ- ଇଣ୍ଡିଆନ୍ ମଧ୍ୟ ହେବ କଡ଼ା ଟକ୍କର, ନଜରରେ ପନ୍ତ, ରୋହିତଙ୍କ ବ୍ୟାଟିଂ
  • ||
  • ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠିକଣା, ୟୁନିଟ୍‌-୨ କ୍ୟାପିଟାଲ ନର୍ସରୀ ପାଖକୁ ଉଠିଯିବ
  • ||
  • ଯାଜପୁରରେ ଚାଞ୍ଚଲ୍ୟ, କର୍ମଜୀବୀ ମହିଳାଙ୍କୁ ହାତ ମୁହଁ ବାନ୍ଧି ଗଣଦୁଷ୍କର୍ମ ଅଭିଯୋଗ
  • ||
  • ଦିନିକିଆ ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କୁ ଅସ୍ଥାୟୀ ମଣ୍ଡପରେ ଦର୍ଶନ କରିବେ
  • ||
  • ମୟୂରଭଞ୍ଜ : ଦୋକାନୀଙ୍କୁ ଠେଙ୍ଗାରେ ପିଟି ସୁନା ବ୍ୟାଗ୍‌ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ଭଦ୍ରକ : ଗୋରୁ ବୋଝେଇ ପିକଅପ୍‌ ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୩ ଗୋରୁ ମୃତ, ଡ୍ରାଇଭର ଗୁରୁତର
  • ||
  • ରବିବାରଠୁ ତାତିରେ ବିରତି: ୨ ତାରିଖ ଯାଏ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବାଇକ ଉପରେ ମାଡିଗଲା ଟ୍ରକ: ଯୁବକ ମୃତ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

Published By : Prameya | February 15, 2025 7:17 PM

କଳାହାଣ୍ଡି,୧୫।୨ : ବାଇକ୍ ଉପରେ ମାଡିଗଲା ଟ୍ରକ। ଘଟଣା ସ୍ଥଳରେ ଯୁବକ ମୃତ l କେସିଙ୍ଗା ଟ୍ରାଫିକ ଛକ ନିକଟରେ ଘଟିଛି ଦୁର୍ଘଟଣା। ମୃତ ଯୁବକ କେସିଙ୍ଗା ଗହନ୍ତିଆ ପଡାର ମୁକେଶ ସାହୁ l ଘଟଣା ପରେ ଉତ୍ତ୍ୟକ୍ତ ଲୋକ ରାସ୍ତାରୋକ କରି କ୍ଷତିପୂରଣ ଦାବି କରିଛନ୍ତି। 

କେସିଙ୍ଗା ଗହନ୍ତିଆ ପଡାର ମୁକେଶ ସାହୁ ଟ୍ରାଫିକ ଛକ ନିକଟରେ ରାସ୍ତା ପାର ହେବା ପାଇଁ ଅଟକି ରହିଥିଲେ। ଏହି ସମୟରେ  ପଛ ପଟୁ ଗୋଟିଏ ଟ୍ରକ ଆସି ତାଙ୍କ ଉପରେ ମାଡ଼ିଯାଇଥିଲା । ଫଳରେ ଘଟଣା ସ୍ଥଳରେ ମୁକେଶଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇବା ପରେ ଡ୍ରାଇଭର ଟ୍ରକକୁ ଧରି ଥାନାରେ ଆତ୍ମସମର୍ପଣ କରିଛି l ମୃତକଙ୍କ ପରିବାର ଲୋକେ କ୍ଷତିପୂରଣ ଦାବୀରେ୨୬ ନଂ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ଫଳରେ ରାସ୍ତାର ଦୁଇ ପାର୍ଶ୍ଵରେ ଶହ ଶହ ଗାଡି ଠିଆ ହୋଇ ରହିଛି। ଖବର ପାଇଁ କେସିଙ୍ଗା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହିତ ଘଟଣାର  ତଦନ୍ତ କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.