ପ୍ରମୂଖ ଖବର
  • ମା’ ଭଟ୍ଟାରିକା ମନ୍ଦିର ବେଢ଼ା ଛୁଇଁଲା ମହାନଦୀର ପ୍ରଥମ ବନ୍ୟାଜଳ
  • ||
  • କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ, ୮୧ ବର୍ଷ ବୟସରେ ଦାଉଲାଲ ବୈଷ୍ଣବଙ୍କ ପରଲୋକ
  • ||
  • ମନମୋହନଙ୍କ କାନ୍ଧରେ ପୁଣି ରାଜ୍ୟ ବିଜେପି କମାଣ, ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତସନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ଯୁବକଙ୍କୁ ଛୁରୀ ଭୁସି ହତ୍ୟା , ଜଣେ ଅଟକ

Published By : Suraj Kumar | June 14, 2025 11:03 PM

ସମ୍ବଲପୁର, ୧୪।୬ (ବ୍ୟୁରେ): ଯୁବକଙ୍କୁ ଛୁରୀ ଭୁସି ହତ୍ୟା । ସମ୍ବଲପୁର ଧନୁପାଲି ଥାନାଞ୍ଚଳ କୁମ୍ଭାରପଡ଼ା ନିକଟରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣକ  ହେଲେ କୁମ୍ଭାରପଡ଼ାର କଲିମ ବେଗ୍(୩୦)।ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଏହି ଘଟଣାରେ ପୁଲିସ ଆକ୍ରମଣକାରୀକୁ ଅଟକ ରଖିଥିବା ଜଣାପଡିଛି। 

ମିଳିଥିବା ସୂଚନାନୁଯାୟୀ ଯୁବକ ଜଣଙ୍କ ଏକ ମାମଲାରେ କିଛି ଦିନ ତଳେ ଜେଲରୁ ଫେରିଥିଲେ। ଶନିବାର ସନ୍ଧ୍ୟା ସମୟରେ ସେ ପଡ଼ାରେ ସାଙ୍ଗମାନଙ୍କ ସହ ବସିଥିବା ସମୟରେ ଛୁରୀରେ ତାଙ୍କୁ ଅତର୍କିତ ଆକ୍ରମଣ କରାଯାଇଥିଲା। ସାଙ୍ଗମାନେ ସଙ୍ଗେସଙ୍ଗେ କଲିମଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଯାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ। ଯୁବକଙ୍କୁ କ'ଣ ପାଇଁ ହତ୍ୟା କରାଯାଇଛି ତାହାର କାରଣ ଜଣାପଡ଼ିନାହିଁ। ପୂର୍ବ ଶତ୍ରୁତାରୁ ଏପରି ହୋଇଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ଛାନଭିନ୍ ସହ ତଦନ୍ତ ଆରମ୍ଭ କରିଛି। ରବିବାର  ଶବ ବ୍ୟବଚ୍ଛେଦ କରାଯିବ ବୋଲି ପୁଲସ ପକ୍ଷରୁ କୁହାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.