ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ପୂର୍ବ ଶତ୍ରୁତାକୁ ନେଇ ସଂଘବଦ୍ଧ ଆକ୍ରମଣ, ଯୁବକ ମୃତ

Published By : Suraj Kumar | July 1, 2025 5:14 PM

ବେଗୁନିଆପଡା,୧।୭ : ପୁଣି ଗଡ଼ିଲା ଗୋଟିଏ ମୁଣ୍ଡ। ପୂର୍ବ ଶତ୍ରୁତାକୁ ନେଇ ବିଭତ୍ସ ହତ୍ୟା। ସଂଘବଦ୍ଧ ଭାବେ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ। ବେଗୁନିଆପଡା ବ୍ଲକ ବରିଡା ପଞ୍ଚାୟତ ବି ନୁଆପଲି ଗ୍ରାମରେ ସୋମବାର ବିଳମ୍ବିତ ରାତ୍ରରେ ଏଭଳି ଏକ ହତ୍ୟାକାଣ୍ଡ ଘଟିଛି। 

ବେଗୁନିଆପଡା ବ୍ଲକ କେ.ବରିଡା ପଞ୍ଚାୟତ ବି.ନୁଆପଲି ଗ୍ରାମର ନିରାକାର ଦାସଙ୍କୁ ସୋମବାର ବିଳମ୍ବିତ ରାତିରେ  ଚାରି ରୁ ଉର୍ଦ୍ଧ୍ୱ ଦୁର୍ବୃତ୍ତ ଘରୁ ଡ଼ାକି ନେଇ ନିର୍ମମ ଭାବେ ହତ୍ୟା କରିଥିଲେ। ଖବର ପାଇ ବେଗୁନିଆପଡା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ନିମନ୍ତେ ପଠାଇବା ସହିତ ଛାନଭିନ ଜାରି ରଖିଛନ୍ତି। ଏଥିରେ ସମ୍ପୃକ୍ତି ସନ୍ଦେହରେ ତିନିଜଣଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି। ତେବେ  ହତ୍ୟାର ନିର୍ଦ୍ଧିଷ୍ଟ କାରଣ ଜଣାପଡ଼ିନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.