ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ମାଛ ଧରିବାକୁ ଯାଇ ବଜ୍ରାଘାତରେ ଯୁବକ ମୃତ

Published By : Bijay Swain | May 16, 2025 11:55 PM

କୋରାପୁଟ,୧୬/୫(ଆପ୍ର): ଆଜି ଦିନ ଦୁଇଟା ସମୟରେ କାଳବୈଶାଖୀ ପ୍ରଭାବରେ ବଜ୍ରାଘାତ ଘଟି ସୁନାବେଡ଼ା ଥାନା ଅଞ୍ଚଳ ସେମିଳିଗୁଡା ବ୍ଲକର ଚାରାଙ୍ଗୁଲ ଗ୍ରାମ ପଞ୍ଚାୟତର ଖାଲପାଡ଼ିର ଜଣେ ବ୍ୟକ୍ତିଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। 

ଘଟଣାରୁ ଜଣା ପଡ଼ିଛି ଯେ ଖାଲପାଡ଼ି ଗ୍ରାମର ଦାସ ଜାନି (୩୨) ନିଜ ପୁଅ ଓ ଗ୍ରାମର ଜଣେ ଯୁବକଙ୍କ ସହ ନିକଟସ୍ଥ ଲେଞ୍ଜିଗୁଡା ଗ୍ରାମର କେରାଣ୍ଡି ନଦୀକୁ ମାଛ ଧରିବାକୁ ଯାଇଥିଲେ। ଏହି ସମୟରେ ବର୍ଷା ଉଠାଇବାରୁ ପୁଅ ଯୁବକଙ୍କୁ ପଠାଇ ପଛରେ ଯାଉଚି ବୋଲି କହିଥିଲେ। ସେମାନେ ଚାଲିଯିବା ପରେ ପଛେପଛେ ଯାଉଥିବା ସମୟରେ ହଠାତ୍ ବଜ୍ରପାତ ହୋଇଥିଲା। ଏହି ବଜ୍ରାଘାତରେ ଘଟଣାସ୍ଥଳରେ ହିଁ ଦାସ ଟଳି ପଡ଼ିଥିଲେ। 

ଖବର ପାଇ ସୁନାବେଡ଼ା ଥାନାରୁ ଏସଆଇ ଚରଣ ସିଂ ମାଝୀ ଘଟଣା ସ୍ଥଳରେ ପହଞ୍ଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ କରୁଥିବା ଜଣା ଯାଇଛି। ମୃତକଙ୍କ ପରିବାରଙ୍କୁ ରେଡକ୍ରସ ପକ୍ଷରୁ ୧୦,୦୦୦ ଟଙ୍କା ପ୍ରଦାନ କରାଯିବାକୁ ବ୍ୟବସ୍ଥା କରାଯାଉଥିବା ବେଳେ ରିପୋର୍ଟ ଆସିବା ପରେ ସରକାରଙ୍କ ଅନୁକମ୍ପାମୂଳକ ସହାୟତା ରାଶି ଦିଆଯିବ ବୋଲି ଜଣା ପଡିଛି। ଏହି ଘଟଣାରେ ଉକ୍ତ ଦୁଇ ଗ୍ରାମରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.