ଅନୁଗୁଳ, ୨୪।୫ : ଆମ୍ବ ଗଛରୁ ପଡ଼ି ଯୁବକଙ୍କ ମୃତ୍ୟୁ। ଶନିବାର ସକାଳେ ଅନୁଗୁଳ ଜିଲ୍ଲା ଛେଣ୍ଡିପଦା କୁମ୍ଭାର ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କ ହେଲେ ଉକ୍ତ ଗ୍ରାମର ମୋହନ ମୂରଲୀ ବେହେରା(୨୭ ବର୍ଷ)।
ସୂଚନା ମୁତାବକ, ଶନିବାର ସକାଳେ ମୋହନ ଘର ପଛ ପାର୍ଶ୍ଵରେ ଥିବା ଆମ୍ବ ଗଛରେ ଚଢ଼ି ଆମ୍ବ ତୋଳୁଥିଲେ। ମାତ୍ର ଗୋଡ଼ ଖସିଯିବାରୁ ଖସି ପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ଏଠାରେ ଚିକିସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ପୁଲିସ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହିତ ଶବ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରିଥିବା ଜଣାପଡ଼ିଛି।