ବ୍ରହ୍ମପୁର,୧୫/୩ : ଛୁରା ମାଡ଼ରେ ଯୁବକର ମୃତ୍ୟୁ। ଏଭଳି ଏକ ଘଟଣା ଘଟିଛି ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳରେ । ମୃତକ ହେଲେ କଣ୍ଟ୍ରାକ୍ଟର ଟି.ରାମଚନ୍ଦ୍ର ପାତ୍ର। ପପୁନ ନାମକ ଜଣେ ଯୁବକ ତାଙ୍କୁ ଛୁରୀ ଭୂଷି ହତ୍ୟା କରିଥିବା ଅଭିଯୋଗ ହୋଇଛି।
ପ୍ରକାଶ ଯେ, ହୋଲି ଖେଳିବା ପରେ ରାମ ନିଜ ଘରେ ଅନ୍ୟ ଏକ ସାଙ୍ଗ ସହ ବସି କଥା ହେଇଥିବାବେଳେ ପପୁନ ଆସିଥିଲା । କିଛି ସମୟ ପରେ କୌଣସି କାରଣକୁ ନେଇ ପପୁନ ଓ ରାମ ମଧ୍ୟରେ ବଚସା ହୋଇଥିଲା ।
ପରେ ପପୁନ ଏକ ଛୁରୀ ସାହାଯ୍ୟରେ ରାମଙ୍କ ବେକକୁ ଆକ୍ରମଣ କରିବାରୁ ସେ ଗୁରୁତର ହୋଇପଡ଼ିଥିଲେ । ଗୁରୁତର ଅବସ୍ଥାରେ ରାମ ବଡ଼ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଏଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ମଦ ପିଇବାକୁ ନ ଦେବାରୁ ପପୁନ ଛୁରୀ ଭୂଷି ଏଭଳି କାଣ୍ଡ କରିଥିବା କୁହା ଯାଉଛି । ବର୍ତ୍ତମାନ ସ୍ଥାନୀୟ ଲୋକେ ପପୁନକୁ କାବୁ କରି ନିର୍ଧୁମ ଛେଚୁଥିବା ଜଣାପଡିଛି। ଘଟଣାସ୍ଥଳରେ ପୁଲିସ ମଧ୍ୟ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିବା ସହ ତଦନ୍ତ ଚଳାଇଛି ।