ପ୍ରମୂଖ ଖବର
  • କଟକ : କାଠଯୋଡ଼ିରେ ବୁଡ଼ି ଯାଇଥିବା ୨ ନାବାଳକ ଉଦ୍ଧାର,ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର
  • ||
  • ବୁଧବାର ମହାପ୍ରଭୁଙ୍କ ରାହୁରେଖା ଲାଗି ନୀତି, ଅପରାହ୍ଣ ସାଢ଼େ ୨ଟାରୁ ସର୍ବସାଧାରଣ ଦର୍ଶନ ମନା
  • ||
  • ବ୍ରାହ୍ମଣୀ ନଦୀରେ ଭାସିଗଲେ ଗାଈ ଚରାଳି, ଅଗ୍ନିଶମ ବାହିନୀର ଖୋଜାଖୋଜି ଜାରି
  • ||
  • ରାକ୍ଷୀରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୫ ଜଣଙ୍କୁ ଉଠାଇଆଣିଲା ରାଜନଗର ପୁଲିସ
  • ||
  • ଆଜି ହୋଇପାରେ NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା -ପ୍ରଧାନମନ୍ତ୍ରୀ ଏବଂ ଜେପି ନଡ୍ଡା ନେଇପାରନ୍ତି ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ରାଜ୍ୟରେ ବଢ଼ୁଛି ଜନବସତି, ଥମୁନି ହାତୀ-ମଣିଷ ଲଢ଼େଇ;୧୫ ବର୍ଷ ଧରି କାର୍ଯ୍ୟକ୍ଷମ ହେଉନି ୧୪ ହାତୀ କରିଡର
  • ||
  • କଟକ: ଜଗନ୍ନାଥ ଦର୍ଶନ ପାଇଁ ଯାଉଥିବା ବେଳେ ଅଘଟଣ, ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍
  • ||
  • ପାକିସ୍ତାନର ବଲୁଚ ଲିବରେସନ୍ ଆର୍ମି ଆତଙ୍କୀ ସଂଗଠନ ଘୋଷିତ, ବିଦେଶୀ ଆତଙ୍କବାଦୀ ସଂଗଠନ ଭାବେ ଘୋଷଣା କଲା ଆମେରିକା
  • ||
  • ମଙ୍ଗଳବାର ସଚିବସ୍ତରୀୟ ବୈଠକ; ବୁଧବାର ବସିବ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ
  • ||
  • ବୁଧବାର ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା; କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ, ୨୮ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||

ସକାଳୁ ଶୌଚ ହେବାକୁ ଯାଇ ଶବ ପାଲଟିଗଲେ; ରାସ୍ତାରେ ମୃତଦେହ ରଖି ଗ୍ରାମବାସୀଙ୍କ ପ୍ରତିବାଦ

Published By : Rasmita Pradhan | August 12, 2025 12:09 PM

ପାଳଲହଡା, ୧୨/୦୮ : ଟ୍ରକ୍ ଧକ୍କାରେ ଯୁବକ ମୃତ। ଶବ ରଖି ରାସ୍ତା ଅବରୋଧ କଲେ ଗ୍ରାମବାସୀ। ଅନୁଗୋଳ ପାଳଲହଡା ବ୍ଲକ ଖମାର ଥାନା ୧୪୯ନଂ ଜାତୀୟ ରାଜପଥ କଲଣ୍ଡା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣଙ୍କ କଲଣ୍ଡା ଗାଁର ବସନ୍ତ ମହାନ୍ତି ବୋଲି ଜଣାପଡ଼ିଛି। 

ସୂଚନାନୁଯାୟୀ, ମଙ୍ଗଳବାର ଭୋର୍ ପ୍ରାୟ ୫ଟା ବେଳେ କଲଣ୍ଡା ଗାଁର ବସନ୍ତ ମହାନ୍ତି (୪୨ ବର୍ଷ) ଶୌଚ ହେବା ପାଇଁ ଯାଉଥିବା ବେଳେ ଏକ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବସନ୍ତଙ୍କ ମୃତ୍ୟୁ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ଶବ ରଖି କ୍ଷତିପୂରଣ ଦାବିରେ ୧୪୯ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ପାଳଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର ଓ ଖମାର ଥାନା ଅଧିକାରୀ ଅରୁଣ କୁମାର ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାସୁଝା କରିଛନ୍ତି। ଉପଯୁକ୍ତ କ୍ଷତିପୂରଣ ମିଳିବାର ପ୍ରତିଶୃତି ଦେବା ପରେ ଦୀର୍ଘ ୪ ଘଣ୍ଟା ପରେ ରାସ୍ତାରୋକ ହଟିଛି। ମୃତକଙ୍କ ପରିବାରକୁ ରେଡକ୍ରସ୍‌ରୁ ୫ ହଜାର ଟଙ୍କା ଓ ହରିଶ୍ଚନ୍ଦ୍ର ଯୋଜନାରେ ୩ ହଜାର ଟଙ୍କା ପ୍ରଦାନ କରାଯାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.