ଭବାନୀପାଟଣା,୧୫/୩ : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହରରେ ଶନିବାର ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ସହର ନିକଟସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକଙ୍କ ପାଣିରେ ବୁଡ଼ି ମୃତ୍ୟୁ ହୋଇଛି । ମୃତ ଯୁବକ ଜଣଙ୍କ ହେଲେ ବ୍ରାହ୍ମଣ ପଡ଼ାର ପ୍ରତ୍ୟୁଷ ପାଢ଼ି(୨୨) ।
ମିଳିଥିବା ସୂଚନା ଅନୁଯାୟୀ, ହୋଲି ଖେଳି ସାରିବା ପରେ ପ୍ରତ୍ୟୁଷ ନିଜ କିଛି ସାଙ୍ଗଙ୍କ ସହ ହାତୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ଏହି ସମୟରେ ସେ ନଦୀରେ ଗଭୀର ଥିବା ସ୍ଥାନକୁ ଚାଲିଯାଇଥିଲା। ସେଠାରୁ ବାହାରକୁ ବାହାରି ନ ପାରି ବୁଡ଼ି ଯାଇଥିଲେ। ଖବରପାଇ ଘଟଣାସ୍ଥଳକୁ ଅଗ୍ନିଶମ ବାହିନୀ ପହଞ୍ଚି ମୃତଦେହକୁ ଉଦ୍ଧାର କରିଥିଲେ। ଏ ନେଇ ଜୁନାଗଡ଼ ଥାନାରେ ଏକ ଅପମୃତ୍ୟୁ ମାମଲା ନଂ(୫/୨୫) ରୁଜୁ ହୋଇଛି।