ଭୁବନେଶ୍ୱର, ୨୧/୦୪: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରି ହାତର ପାପୁଲି କାଟିଦେଲେ ଦୁର୍ବୃତ୍ତ । ଗୁରୁତର ଯୁବକ ଜଣକ ହେଲେ ବଣ୍ଟି ପ୍ରଧାନ । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ବ୍ରହ୍ମପୁର ବଡ ମେଡିକାଲ ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଛି । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଉସ୍ତାପଡାରେ ଏଭଳି ଘଟଣା ଘଟିଛି ।
ସୂଚନା ମୁତାବକ, ପୂର୍ବ ଶତ୍ରୁତାକୁ ନେଇ କବିସୂର୍ଯ୍ୟନଗର ଉସ୍ତାପଡାରେ ବଣ୍ଟି ପ୍ରଧାନଙ୍କୁ କିଛି ଦୁର୍ବୃତ୍ତ ମରଣାନ୍ତକ ଆକ୍ରମଣ କରିଥିଲେ । ଯୁବକଙ୍କୁ ଏକ ଖଣ୍ଡା ସାହାଯ୍ୟରେ ଆକ୍ରମଣ କରିଥିଲେ ଦୁର୍ବୃତ୍ତ। ଏଥିରେ ଯୁବକଙ୍କ ହାତରେ ଗଭୀର ଆଘାତ ଲାଗିଥିଲା । ଗୁରୁତର ଅବସ୍ଥାରେ ପରିବାର ଲୋକେ ବଣ୍ଟିକୁ ଉଦ୍ଧାର କରି ଚିକିତ୍ସା ପାଇଁ ପ୍ରଥମେ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଏନେଇ ଥାନାରେ ଅଭିଯୋଗ ହୋଇନଥିଲେ ମଧ୍ୟ ଘଟଣା ବିଷୟରେ ଶୁଣିବା ପରେ କବିସୂର୍ଯ୍ୟନଗର ପୋଲିସ ଗାଁରେ ପହଞ୍ଚି ତଦନ୍ତ ଜାରି ରଖିଛି ।