ପ୍ରମୂଖ ଖବର
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଟ୍ରାକ୍ଟର ଚାଳକର ଅସାବଧାନତା ଯୋଗୁଁ ଚାଲିଗଲା ଯୁବକଙ୍କ ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

Published By : Swapna Ray | July 18, 2025 2:55 PM

କୋକସରା,୧୮/୭: କଳାହାଣ୍ଡି ଜିଲ୍ଲା କୋକସରା ଥାନା ଅନ୍ତର୍ଗତ ରେଙ୍ଗାଳପାଲି ପଞ୍ଚାୟତ ଝରିଆଗୁଡ଼ା ଗ୍ରାମ ନିକଟରେ ଦୁର୍ଘଟଣା । ବେପରୁଆ ଟ୍ରାକ୍ଟର ଚାଳକର ଅସାବଧାନତା ଯୋଗୁଁ ଟ୍ରାକ୍ଟରଟି ଓଲଟି ପଡ଼ିଥିଲା । ଫଳରେ ଡାଲାରେ ଥିବା ସେଣ୍ଟ୍ରିଙ୍ଗ ପାଇଁ ଯାଉଥିବା ସାମଗ୍ରୀ ବାଇକ ଚାଳକ ଉପରେ ପଡ଼ିଥିଲା । ବାଇକ ଚାଳକ ଜଣକ ଚାପି ହୋଇଯିବାରୁ ଗୁରୁତର ଆହତ ହୋଇଥିଲେ । ଯୁବକ ଜଣକ ସ୍ଥାନୀୟ ଛିଲିପାମାଲ ଗାଁର ୧୮ ବର୍ଷୀୟ ସୁନିଲ କୁମାର ଖର୍ସେଲ ବୋଲି ଜଣାପଡ଼ିଛି । ଅନ୍ୟ ଜଣେ ନାବାଳକ ମଧ୍ୟ ଆହତ ହୋଇଛନ୍ତି । 

ସ୍ଥାନୀୟ ଗ୍ରାମର ବଳରାମ ଗହୀର, ବିକାଶ ପୁଞ୍ଜି ଓ ଲକ୍ଷ୍ମଣ ଗହୀର ଗୁରୁତରଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପ୍ରାଥମିକ ଚିକିତ୍ସା ପରେ ଯୁବକଙ୍କ ଅବସ୍ଥା ଜଟିଳ ହେବାରୁ ଜିଲ୍ଲା ମୁଖ୍ୟାଳୟ ମେଡିକାଲକୁ ନେଉଥିବା ବାଟରେ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଥିଲା । ଅନ୍ୟପଟେ ଦୁର୍ଘଟଣାସ୍ଥଳରୁ ଟ୍ରାକ୍ଟର ଡ୍ରାଇଭର ଫେରାର ହୋଇଥିବା ବେଳେ ଘଟଣାସ୍ଥଳରେ କୋକସରା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଟ୍ରାକ୍ଟରକୁ ପୁଲିସ ଜବତ କରିଥିବା ବେଳେ ଟ୍ରାକ୍ଟରଟି ମହୁଳମୁଣ୍ଡା ଗ୍ରାମର ବୋଲି ଜଣାପଡ଼ିଛି । ପୋଲିସ ଏକ ଦୁର୍ଘଟଣାଜନିତ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.