ପ୍ରମୂଖ ଖବର
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ରାଜଧାନୀରେ ଚାଞ୍ଚଲ୍ୟ: ଘର ମାଲିକକୁ ହତ୍ୟା କଲା ଭଡ଼ାଟିଆ, ମୃତଦେହ ଜବତ କଲା ପୋଲିସ

ଭୁବନେଶ୍ୱର ୨୧/୦୬: ରାଜଧାନୀ ଭୁବନେଶ୍ୱରରେ ବିଭତ୍ସ ହତ୍ୟାକାଣ୍ଡ। ଘର ମାଲିକକୁ ମାରଣାସ୍ତ୍ର ହତ୍ୟା କଲା ଭଡ଼ାଟିଆ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ଉଦ୍ଧାର ।ଏଭଳି ହତ୍ୟାକାଣ୍ଡ ତମାଣ୍ଡୋ ଥାନା ଅନ୍ତର୍ଗତ ସିଭି ରମଣ କଲେଜ ପାଖରେ ନିକଟରେ ଘଟିଛି। ମୃତକ ୩୫ ବର୍ଷୀୟ ସୁଶାନ୍ତ ଶତପଥି ବୋଲି ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ରାସ୍ତା ଉପରୁ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବିକ, ଆଜି ତମାଣ୍ଡୋ ଥାନା ଅନ୍ତର୍ଗତ ସିଭି ରମଣ କଲେଜ ପାଖ ରାସ୍ତା ନିକଟରେ ଜଣେ ଯୁବକଙ୍କ ମୃତଦହେ ପଡିଥିବାର ଦେଖିବାକୁ ମିଳିଥିଲା । ରକ୍ତାକ୍ତ ଅବସ୍ଥାରେ ମୃତଦେହ ପଡିଥିବା ଦେଖି ନିକଟସ୍ଥ ତମାଣ୍ଡୋ ଥାନାକୁ ଖବର ଦେଇଥିଲେ ସ୍ଥାନୀୟଲୋକେ । ମୃତକଙ୍କ ନାମ ସୁଶାନ୍ତ ଶତପଥୀ ବୋଲି ସୂଚନା ରହିଛି । ସୁଶାନ୍ତଙ୍କ ଘରେ ଜଣେ ଯୁବକ ଭଡ଼ାଟିଆ ରହୁଥିଲେ । ଉକ୍ତ ଯୁବକ ଜଣଙ୍କ ହତ୍ୟା କରିଥିବା ଅନୁମାନ କରାଯାଉଛି । 

ସେପଟେ ତମାଣ୍ଡୋ ଥାନା ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଆଉ ଘଟଣାର ତଦନ୍ତ ଜାରି ରଖିଛି । କେଉଁ କାରଣରୁ ହତ୍ୟା ହୋଇଛି । ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି । ପୋଲିସର ପ୍ରାଥମିକ ତଦନ୍ତ ପରେ ହିଁ ହତ୍ୟାର ପ୍ରକୃତ କାରଣ ଜଣାପଡିବ ବୋଲି ଅନୁମାନ କରାଯାଉଛି ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.