ପ୍ରମୂଖ ଖବର
  • କୋଣାର୍କ ଯାତ୍ରୀ ନିବାସରେ ରଜ ପିଠା ଷ୍ଟଲ୍, ଦୋଳିରେ ଝୁଲିଲେ ପର୍ଯ୍ୟଟକ
  • ||
  • ବରଗଡ଼ : ଭେଉଁରିଆ ଗାଁରେ ଅଭାବନୀୟ ଘଟଣା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଝୁଲିପଡ଼ିଲା ସ୍ୱାମୀ
  • ||
  • ରାଜଧାନୀରେ ବୁଲିଲା ଖଣ୍ଡା, ବାଇକ୍‌ ପାର୍କିଂକୁ ନେଇ ରକ୍ତପାତ
  • ||
  • ଉଗ୍ର ହେଉଛି ଇରାନ-ଇସ୍ରାଏଲ ଲଢେଇ; ଇସ୍ରାଏଲକୁ ସମର୍ଥନ କଲେ...ଆମେରିକା ସମେତ ଅନ୍ୟ ଦେଶକୁ ଇରାନର ଚେତାବନୀ
  • ||
  • ମଞ୍ଚେଶ୍ଵରରୁ ୨ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର
  • ||
  • ବଲାଙ୍ଗୀର : ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ ଥାନା ୫୭ ନଂ ଜାତୀୟ ରାଜପଥ ଖଜୁରୀପଡା ଠାରେ ଦୁର୍ଘଟଣା, ବୋଲେରୋ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ ୭ ଆହତ
  • ||
  • ଆଜି ପହିଲି ରଜ; ସବୁଠି ଉତ୍ସାହ, ପୋଡ଼ପିଠା ବାସ୍ନାରେ ମହକୁଛି ଗାଁଠୁ ସହର
  • ||
  • ରଜକୁ ଭିଜାଇବ ବର୍ଷା: ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ ଜାରି
  • ||

ମାଣିକପୁରରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା

Published By : Bijay Swain | June 10, 2025 8:45 PM

ଖଲ୍ଲିକୋଟ, ୧୦/୦୬: ଖଲ୍ଲିକୋଟ ଥାନା ଅନ୍ତର୍ଗତ ମାଣିକପୁର ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ମାଣିକପୁର ଗ୍ରାମର ବସନ୍ତ ପ୍ରଧାନ। 

ସୂଚନା ମୁତାବକ, ବସନ୍ତ ଆଜି ଦିନ ବେଳା ଗ୍ରାମରେ ଥିବା ବାବା ବେଲେଶ୍ୱର ମନ୍ଦିରରେ ଶୋଇଥିଲେ। ଅପରାହ୍ନ ସାଢେ ୫ଟାରେ ନିଦରୁ ଉଠି ମନ୍ଦିରରୁ ଘରକୁ ଫେରୁଥିବା ବେଳେ ପୋଖରୀ ହୁଡାରେ ଦୁଇ ରୁ ତିନି ଜଣ ଯୁବକ ପଛରୁ ଆସି ଅତର୍କିତ ଭାବେ ଛୁରୀ ଦ୍ୱାରା ବସନ୍ତଙ୍କୁ ଆକ୍ରମଣ କରିଥିଲେ। ଶରୀରର ବିଭିନ୍ନ ସ୍ଥାନକୁ ଛୁରୀରେ ଭୁସି ଅଭିଯୁକ୍ତ ମାନେ ଫେରାର ହୋଇଯାଇଥିଲେ। 

ବସନ୍ତଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। କିନ୍ତୁ ଡାକ୍ତର ଏଠାରେ ବସନ୍ତ ପ୍ରଧାନଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଖଲ୍ଲିକୋଟ ପୁଲିସ ମେଡିକାଲରେ ପହଞ୍ଚି ଶବକୁ ଜବତ କରିବା ସହ ଘଟଣା ସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଘଟଣା ଘଟିଥିବା ସନ୍ଦେହ କରାଯାଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.