ପ୍ରମୂଖ ଖବର
  • ଭୁବନେଶ୍ବର ପାତ୍ରପଡା ଛକରେ ଦୁର୍ଘଟଣାରେ ଝିଅ ମୃତ, ମା’-ପୁଅ ଗୁରୁତର
  • ||
  • କୁଜଙ୍ଗ : ଦଶାହ କର୍ମ ସମୟରେ ତାଳଦଣ୍ଡା କେନାଲରେ ଭାସିଯାଇ ଯୁବକ ମୃତ
  • ||
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

ସାମାନ୍ୟ ବଚସାରୁ ଯୁବକଙ୍କୁ ଛୁରୀ ଭୁସି ହତ୍ୟା ଅଭିଯୋଗ, ୪ ଅଟକ

Published By : Rasmita Pradhan | August 8, 2025 2:31 PM

କଳାହାଣ୍ଡି, ୦୮/୦୮ : ସାମାନ୍ୟ ବଚସାରୁ ଯୁବକଙ୍କୁ ଛୁରୀ ଭୁସି ହତ୍ୟା। ଗୁରୁବାର ବିଳମ୍ଵିତ ରାତିରେ କଳାହାଣ୍ଡି ଭବାନୀପାଟଣା ସହର ବସଷ୍ଟାଣ୍ଡ ନିକଟ ଘୋଡ଼ାଘାଟ ଛକରେ ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦେବାନସାଏ ପଡାର ୪ଜଣ ଯୁବକଙ୍କୁ ଅଟକ ରଖି ପୁଲିସ ତଦନ୍ତ ଆରମ୍ଭ କରିଛି ।

ସୂଚନାନୁଯାୟୀ, ନିଶାସକ୍ତ ଅବସ୍ଥାରେ ଥିବା ଦେବାନସାଏ ପଡ଼ାର ୪ଜଣ ଯୁବକଙ୍କ ସହ ବିବିସିପଡାର ସତ୍ୟନାରାୟଣ ରଏ ନାମକ ଯୁବକଙ୍କ ସହ ସାମାନ୍ୟ ବଚସା ହୋଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ସତ୍ୟନାରାୟଣଙ୍କୁ ପଛପଟୁ ଛୁରୀ ଭୁସି ଫେରାର୍ ହୋଇଯାଇ ଥିଲେ। ଖବର ପାଇ ଛୁରାମାଡ଼ ହୋଇଥିବା ଯୁବକଙ୍କ ସାଙ୍ଗମାନେ ଆସି ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେତେବେଳକୁ ସତ୍ୟନାରାୟଣଙ୍କ ମୃତ୍ୟୁ ହୋଇ ସାରିଥିଲା। ଏନେଇ ମୃତକଙ୍କ ପରିବାର ଲୋକେ ଟାଉନ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ସାଇଣ୍ଟିଫିକ୍ ଟିମ୍, ଡଗ୍ ସ୍କ୍ଵାଡ୍ ସହିତ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦେବାନସାଏ ପଡାର ୪ ଜଣ ଯୁବକଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଥିବା ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.