ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ବୈତରଣୀରେ ଗାଧୋଇବାବେଳେ ନିଖୋଜ ହୋଇଥିଲେ ଯୁବକ, ଦୁଇ ଦିନ ପରେ ମୃତଦେହ ଉଦ୍ଧାର

ବଡ଼ବିଲ,୦୬/୦୯: ବୈତରଣୀ ନଦୀରେ ଗାଧୋଇବାବେଳେ ପାଣିରେ ବୁଡ଼ି ନିଖୋଜ ହୋଇଥିଲେ ଯୁବକ । ନିଖୋଜ ହେବାର ଦୁଇ ଦିନ ପରେ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ ଉଦ୍ଧାର । ମୃତକ ଜଣକ ସଞ୍ଜିତ ନାଏକ ବୋଲି ଜଣାପଡ଼ିଛି । କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ କଣ୍ଡରା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । 

ସୂଚନା ଅନୁଯାୟୀ, ସେପ୍ଟେମ୍ବର ୪ ତାରିଖ ଅର୍ଥାତ ବୁଧବାର ପ୍ରାୟ ୧ଟା ସମୟରେ ନିଜର ସାନ ଭାଇ ଚନ୍ଦନ ଓ ଗ୍ରାମର ଅନ୍ୟ କିଛି ଯୁବକଙ୍କ ସହିତ ବୈତରଣୀ ନଦୀକୁ ଗାଧୋଇବାକୁ ଯାଇଥିଲେ ସଞ୍ଜିତ । ସେଠାରେ ଗାଧୋଇବା ସମୟରେ ତାଙ୍କର ଗୋଡ଼ ଖସିଯାଇଥିଲା । ଫଳରେ ଗଭୀର ପାଣିରେ ବୁଡ଼ି ନିଖାଜ ହୋଇଯାଇଥିଲେ ସଞ୍ଜିତ । ଏହା ଦେଖି ତାଙ୍କ ସାନ ଭାଇ ଏବଂ ଅନ୍ୟ ଯୁବକ ଜଣକ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀର ଏକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚିଥିଲା । ସେଠାରେ ପହଞ୍ଚି ସର୍ଚ୍ଚ ଅପେରେସନ ଆରମ୍ଭ କରିଥିଲା । ଦୀର୍ଘ ଦୁଇ ଦିନ ଧରି ଖୋଜାଖୋଜି କରିବା ପରେ ମଧ୍ୟ ସଞ୍ଜିତଙ୍କ ସନ୍ଧାନ ମିଳି ନଥିଲା । ତେବେ ଶୁକ୍ରବାର ଭୋର ସମୟରେ ସଞ୍ଜିତଙ୍କ ମୃତଦେହ ପାଣି ଉପରକୁ ଉଠି ଭାସି ଆସି କୂଳରେ ଲାଗିଥିଲା । ଏହା ଦେଖି ସ୍ଥାନୀୟଲୋକେ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ । ଯୋଡ଼ା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥି ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.