ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ

Published By : Harapriya Sethi | April 7, 2025 1:13 PM

ଭୁବନେଶ୍ୱର, ୦୭/୦୪: କୁମ୍ଭାରୀ ଗ୍ରାମର ପାଶିଖାଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ ହେଲେ ସେହି ଗ୍ରାମର ନିଆସୀ ଦଳାଇ । ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ । ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା କୁମ୍ଭାରୀ ଗ୍ରାମରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ରବିବାର ରାତିରେ କୁମ୍ଭାରୀ ଗାଁରେ ଯାତ୍ରା ଚାଲିଥିଲା । ସେହି ଗାଁର ନିଆସୀ ଦଳାଇ ଯାତ୍ରା ଦେଖିବାକୁ ଆସି ଆଉ ଘରକୁ ଫେରି ନ ଥିଲେ । ତେବେ ଆଜି ସକାଳ ସମୟରେ ଗ୍ରାମ ମଝିରେ ଥିବା ପାଶିଖାଲରେ ତାଙ୍କର ମୃତଦେହ ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକେ । ଏହା ଦେଖି ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ବାଲିଆପାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛି । ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବାଲିଆପାଳ ଡାକ୍ତରଖାନାକୁ ପଠାଇଛି । ଏହା ସହ ଯୁବକଙ୍କ ମୃତ୍ୟୁର କାରଣ ଖୋଜି ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.